ଗଣ ଶିକ୍ଷା ମନ୍ତ୍ରୀଙ୍କ ଦ୍ବାରା ଏକଲବ୍ଯ ଆଦର୍ଶ ବିଦ୍ୟାଳୟର ଉଦ୍ଘାଟନ

ମାଲକାନାଗିରି ଜିଲ୍ଲାର ମାଥିଲି ଠାରେ ନିର୍ମାଣ କରାଯାଇ ଥିବାଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ
ବୁଧବାର ଦିନ ୩ ଘଟିକା ୩୦ ମିନିଟ ସମୟରେ ମାଲକାନଗିରି ଜିଲ୍ଲା ମାଥିଲି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାରା ଭାରତରେ ଆଜି ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଥିବା ବେଳେ ମାଥିଲି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କରିଥିଲେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ , ପଛୁଆବର୍ଗ କଲ୍ୟାଣ , ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଆଗାମି ଦିନ ରେ ମାଲକାନ ଗିରି ଜିଲ୍ଲାର ଅନେକ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ସହାୟକ ହୋଇପାରିବ ବୋଲି ଅଞ୍ଚଳ ବାସି ପ୍ରକାଶ କରିଛନ୍ତି।

ମାଲକାନ ଗିରି ଜିଲ୍ଲା ରୁ ଶରତଚନ୍ଦ୍ର ଖରା ଙ୍କ ରିପୋର୍ଟ ହର୍ଶିକା ମିଡିଆ।

Leave a Reply

Your email address will not be published. Required fields are marked *